12/05/2024

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଆନ୍ତର୍ଜାତି ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କଲେ ମାନ୍ୟବର ମନ୍ତ୍ରୀ

ରାୟଗଡ଼ା:- ୨୮/୫-ଅନୁସୂଚିତ ଜାତି ଝିଅ/ପୁଅ ସହିତ ଅନ୍ୟ ଜାତିରେ ବିବାହ କରିଥିବା କରିଥିବା ୧୧ଯୋଡ଼ା ବର କନ୍ୟାଙ୍କୁ ସରକାରଙ୍କ ତରଫରୁ ପ୍ରୋତ୍ସାହନ ରାଶିକୁ ମାନ୍ୟବର ଅନୁସୂଚିତ ଜାତି ଜନଜାତି ବିକାଶ ବିଭାଗ ତଥା ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ପ୍ରଦାନ କରିଛନ୍ତି । ବିଭିନ୍ନ ସମୟରେ ବିବାହ କରିଥିବା ବରକନ୍ୟା ଯୋଡାକୁ ୫୦ହଜାର ଟଙ୍କାରୁ ଆରମ୍ଭ କରି ୨୫୦ ହଜାର ପର୍ଯ୍ୟନ୍ତ ପ୍ରୋତ୍ସାହନ ରାଶିକୁ ମାନ୍ୟବର ମନ୍ତ୍ରୀ ଆଜି ସ୍ଥାନୀୟ ସର୍କିଟ ହାଉସଠାରେ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ପଣ୍ଡା ଓ ଜିଲ୍ଲା ମଂଗଳ ଅଧିକାରୀ ଉପସ୍ଥିତ ଥିଲେ ।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *