06/16/2025

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଉତ୍ତର ଆଣ୍ଡାମାନ ସାଗର ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସ୍ଥିତି ସୃଷ୍ଟି

ଭୁବନେଶ୍ବର, ୪/୧୧ ଉତ୍ତର ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସ୍ଥିତି ସୃଷ୍ଟି ହୋଇଛି। ଏହି ଲଘୁଚାପ ଆସନ୍ତା ୧୨ଘଣ୍ଟା ମଧ୍ୟରେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଥିବାରୁ ଏହା ୪୮ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
୪ରୁ ୭ ତାରିଖ ମଧ୍ୟରେ ଓଡ଼ିଶାରେ ପାଗମୁଖ୍ୟତଃ ଶୁଖିଲା ରହିବ। ନଭେମ୍ବର ୮ରେ ଉପକୂଳ ଓଡ଼ିଶାରେ ଗୋଟିଏ କିମ୍ବା ଦୁଇଟିସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବାନା ରହିଛି। ପରେ ଏହା ବାତ୍ୟାରେ ପରିଣତ ହୋଇପାରେ। ୪ ରୁ ୮ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରଯାଇଛି।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *