ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

ନବରଙ୍ଗପୁର(ସଖପ୍ର): ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ଚୁଅଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି । ବିଶେଷ କରି ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ କୋଭିଡର ପୂର୍ବ, ପର ଏବଂ ଆଶଙ୍କାରେ ଥିବା ତୃତୀୟ ଲହରୀର ସଫଳ ମୁକାବିଲା ବିଷୟରେ ଆଲୋଚନା ହୋଇଥିଲା । ଜିଲ୍ଲାରେ କରୋନା ସଂକ୍ରମଣ ହାର କମ ହେଉ ଥିବାରୁ, ଏହାର ସଫଳ ମୁକାବିଲା କ୍ଷେତ୍ରରେ ନିୟୋଜିତ ଥିବା ସମ୍ପୃକ୍ତ ସମସ୍ତ ପଦାଧିକାରୀ କର୍ମଚାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳ,ଡ଼ଃ ଅଜିତ କୁମାର ମିଶ୍ର ସାଧୁବାଦ ଜଣାଇଥିଲେ। ସେହିପରି, ଜିଲ୍ଲାରେ କରୋନା ଟୀକାକରଣ ଏବଂ ପରିଚାଳନା ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ମୌସୁମୀ ବର୍ଷା ଆଗମନ ପରିପ୍ରେକ୍ଷୀରେ ଚାଷୀଙ୍କୁ ଚାଷ କାର୍ଯ୍ୟ ପାଇଁ ସାର ଏବଂ ବିହନ ଯୋଗାଇ ଦେବା ସହିତ ସାରର ଅଭାବ ବିକ୍ରି ଯେମିତି ନ ହୁଏ, ତାହା ଉପରେ ଗୁରୁତ୍ୱ ଦେବାପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ମିଶ୍ର ନିର୍ଦେଶ ଦେଇଥିଲେ। ରାଜ୍ୟ ସରକାରଙ୍କ ନିର୍ଦେଶ କ୍ରମେ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ରାସ୍ତାର ଉଭୟ ପାର୍ଶ୍ୱରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ବର୍ଷା ଋତୁ ଆରମ୍ଭ ପରିପ୍ରେକ୍ଷୀରେ ଜିଲ୍ଲାରେ ସମ୍ଭାବ୍ୟ ଡ଼ାଇରିଆର ନିରାକରଣ ଏବଂ ସଫଳ ମୁକାବିଲା ପାଇଁ ଜିଲ୍ଲାର ସମସ୍ତ ଆଶା ଏବଂ ଅଙ୍ଗନବାଡ଼ି କେନ୍ଦ୍ରରେ ପର୍ଯ୍ୟାପ୍ତ ପରିମାଣରେ ଓ ଆର ଏସ ପକେଟ ଏବଂ ହାଲୋଜିନ ବଟିକା ମହୁଜତ ରଖିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀଙ୍କୁ ଜିଲ୍ଲାପାଳ ଡ଼ଃ ମିଶ୍ର ନିର୍ଦେଶ ଦେଇଥିଲେ। ଜିଲ୍ଲାର ମୋ ସ୍କୁଲ ଏବଂ ଇ-ପାଠାଗାର ର ଆନୁସଙ୍ଗିକ ସମସ୍ତ କାର୍ଯ୍ୟକ୍ରମ ଆସନ୍ତା ୨୫ ସେପ୍ଟେମ୍ବର ୨୦୨୧ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ସମ୍ପୃକ୍ତ ପଦାଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।
ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଅତିରିକ୍ତ ଜିଲ୍ଲାପାଳ, ରତ୍ନାକର ସାହୁ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗାଇପାଇ, ଉପ ମୁଖ୍ୟ କାର୍ଯ୍ୟ ନିର୍ବାହି ଅଧିକାରୀ, ଓଡ଼ିଆ ଗ୍ରାମୀଣ ଉନ୍ନତି ଓ ବିପଅଣ ସଂସ୍ଥା, ଉମା ମହେଶ, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ରଙ୍କ ବ୍ୟତୀତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ, ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ଧନ ଚିକିତ୍ସା ଅଧିକାରୀ, ନାରାୟଣ ବେହେରା, ଜିଲ୍ଲା ଯୋଗାଣ ଅଧିକାରୀ, ସଂଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ ଗୃହ ନିର୍ମାଣ, ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ ବିଭାଗ,ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ହଳଧର ନିହାଲ, ଜେନେରାଲ ମ୍ୟାନଜେର, ଜିଲ୍ଲା ଶିଳ୍ପ କେନ୍ଦ୍ର, ଏ ବାଣେଶ୍ୱର ରାଓ ସୁବୁଦ୍ଧିଙ୍କ,ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସହିତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୋଗ ଦେଇଥିଲେ ।
ପ୍ରତିନିଧି ସିମାଦ୍ରି ଶ୍ରୀନିବାସ ରାଓ