03/25/2025

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

ନବରଙ୍ଗପୁର (ସଖପ୍ର): ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ବ୍ଲକ ସ୍ତରରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଶେଷ କରି ନିର୍ମାଣଧୀନ ଥିବା ମିଶନ ଶକ୍ତି ଗୃହ ଅଙ୍ଗନବାଡ଼ି କେନ୍ଦ୍ର NRHM ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତୁରନ୍ତ ସମ୍ପୂର୍ଣ୍ଣ କରିବା ପାଇଁ ଜିଲ୍ଲାପାଳ ଡଃ ମିଶ୍ର ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଜିଲ୍ଲାର ନିର୍ମାଣଧୀନ ଥିବା ସମସ୍ତ ବିଦ୍ୟାଳୟ ରୂପାନ୍ତିକରଣ କାର୍ଯ୍ୟ ଆସନ୍ତା ସେପ୍ଟେମ୍ବର ପଚିଶ ତାରିଖ ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ। ଚଳିତ ଖରିଫ ଚାଷ ନିମନ୍ତେ ଜିଲ୍ଲାର କୃଷକ ମାନଙ୍କ ନିର୍ଦ୍ଧାରିତ ସମୟ ମଧ୍ୟରେ online ପଞ୍ଜିକରଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଡଃ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଜିଲ୍ଲାର କୃଷକ ମାନଙ୍କ ପାଇଁ ଆବଶ୍ୟକୀୟ ସାର ଯୋଗାଣ ସମ୍ପର୍କରେ ଆଲୋଚନା କରି ସଂପୃକ୍ତ ବିଭାଗୀୟ ଅଧିକାରୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ , ରତ୍ନାକର ସାହୁ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଉପ ଜିଲ୍ଲାପାଳ, ଅଗ୍ରୱାଲ ଅକ୍ଷୟ ସୁନିଲ, ସମନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଅଭିମନ୍ୟୁ ମାଝୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗାଇପାଇ, ଉପ ମୁଖ୍ୟ କାର୍ଯ୍ୟ ନିର୍ବାହି ଅଧିକାରୀ, ଓଡ଼ିଆ ଗ୍ରାମୀଣ ଉନ୍ନତି ଓ ବିପଅଣ ସଂସ୍ଥା, ଉମା ମହେଶ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ତ୍ୱମସି ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ, ସ୍ମୁତି ରଞ୍ଜନ ସାମନ୍ତରାୟ, ଅଧିକ୍ଷକ ଯନ୍ତ୍ରୀ ଗ୍ରାମ୍ୟ ଜଳ ଯୋଗାଣ ଏବଂ ପରିମଳ, ଅମରେନ୍ଦ୍ର ପାଢ଼ୀଙ୍କ ବ୍ୟତୀତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ୱାସ, ଜିଲ୍ଲା ଶିକ୍ଷା ଅଧିକାରୀ ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଚିକିତ୍ସା ଅଧିକାରୀ, ଏସ. କେ. ପ୍ରଧାନ, ଜିଲ୍ଲା ଯୋଗାଣ ଅଧିକାରୀ ସଂଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ ଗୃହ ନିର୍ମାଣ ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ ବିଭାଗ ସୁଦାମ ଚରଣ ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିହାଲ, ଜେନେରାଲ ମ୍ୟାନଜେର ଜିଲ୍ଲା ଶିଳ୍ପ କେନ୍ଦ୍ର ଏ ବାଣେଶ୍ୱର ରାଓ ସୁବୁଦ୍ଧି, ସହକାରୀ ନିବନ୍ଧକ ସମବାୟ ସମିତି ସମୂହ, ସନ୍ତୋଷ କୁମାର ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ- ସୁଧାଂଶୁ ପାତ୍ର, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ- ଟଙ୍କଧର ସାହୁଙ୍କ ବ୍ୟତୀତ ଜିଲ୍ଲାର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ପ୍ରତିନିଧି ସିମାଦ୍ରି ଶ୍ରୀନିବାସ ରାଓ

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *