11/13/2025

Sabubarga Khabar

All category news

ବରିଷ୍ଠ ବିଜେପି ନେତା ଅଶୋକ ସାହୁଙ୍କ ପରଲୋକ

କଟକ (ସଖପ୍ର): ବରିଷ୍ଠ ବିଜେପି ନେତା ତଥା ଅବସରପ୍ରାପ୍ତ IPS ଅଶୋକ ସାହୁଙ୍କ ପରଲୋକ ହୋଇଯାଇଛି। କଟକ ପିଠାପୁର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିବା ନେଇ ଅଶୋକଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଅଶୋକ ସାହୁ। ଅବସର ପରେ ରାଜନୀତିରେ ପାଦ ଦେଇ ସେ ବିଜେପିରେ ସାମିଲ ହୋଇଥିଲେ।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *