ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ, ୧୦ ସ୍ଥାନରେ ଚଢ଼ାଉ
ସବୁବର୍ଗ ଖବର : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଉପଜିଲାପାଳ। ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ହୋଇଛି ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସର ୧୦ଟି ଟିମ୍ ଉପଜିଲାପାଳଙ୍କ କାର୍ଯ୍ୟାଳୟ, ଘର, ସରକାରୀ ବାସଭବନ ସମେତ ପୃଥକ ପୃଥକ ୧୦ଟି ଠିକଣାରେ ସୋମବାର ଭୋରୁ ଏକକାଳୀନ ଚଢ଼ାଉ ଆରମ୍ଭ କରିଛନ୍ତି। ଏହି ଚଢ଼ାଉରେ ୧୦ ଜଣ ଡିଏସପି ଓ ଦୁଇ ଜଣ ଇନ୍ସପେକ୍ଟରଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି।