ମାଲକାନଗିରି ଜିଲ୍ଲା ବିଜୁଜନତା ଦଳ ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ
ମାଲକାନଗିରି (ସଖପ୍ର):ଆଜି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ବଡପଡା ଠାରେ ମାଲକାନଗିରି ଜିଲ୍ଲା ବିଜୁଜନତା ଦଳ ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଯାଇଛି। ବିଜୁଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ଜିଲ୍ଲା ପର୍ଯ୍ୟବେକ୍ଷକ ଚନ୍ଦ୍ର ସାରଥୀ ବେହେରା, ଉପ ପର୍ଯ୍ୟବେକ୍ଷକ ଈଶ୍ୱର ପାଣିଗ୍ରାହୀ ନିର୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ମିଶ୍ରଣ କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝି,ଚିତ୍ରକୋଣ୍ଡା ବିଧାୟକ ତଥା ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ପୂର୍ଣ୍ଣଚନ୍ଦ୍ର ଵାକା, ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ଶ୍ରୀଯୁକ୍ତ ଆଡମା ରାବା, ପୂର୍ବତନ ବିଧାୟକ ଶ୍ରଯୁକ୍ତ ମାନସ ମାଡକାମି, ଜିଲ୍ଲା ମହିଳା ଜନତା ଦଳ ସଭାନେତ୍ରୀ ଶ୍ରୀମତୀ ସୁକାନ୍ତି ବୁରୁଦା,ପଦ୍ମିନୀ ମୁଦୁଲି,ଉପଦେଷ୍ଟା ରାଜେନ୍ଦ୍ର କୁମାର ପଣ୍ଡା,ସାଧାରଣ ସମ୍ପାଦକ ଗୋପାଳକୃଷ୍ଣ ପଣ୍ଡା,ମହିଳା ସଭାନେତ୍ରୀ ଶ୍ରୀମତୀ ସୁକାନ୍ତି ବୁରୁଦା,ଯୁବନେତା ମହେଶ କୁମାର ବାକା,ମଦନ ଖୋସଲା, ସୋମନାଥ ବାରସେ, ଜଗନ୍ନାଥ ମାଝୀ, ସତ୍ୟ ପାଣିଗ୍ରାହୀ,ସାଧୁ ହନ୍ତାଳ, ଅମିତ ଅଗ୍ରୱାଲ, ପିତାମ୍ବର ଖେମୁଡୁ ଓ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ୨୦୦ ରୁ ଉର୍ଦ୍ଧ ବିଜେପି ଓ କଂଗ୍ରେସର ସକ୍ରିୟ କର୍ମୀ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ ।
ମାଲକାନଗିରି ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ