ମୁଖ୍ୟମନ୍ତ୍ରୀଙ୍କ ଗୃହ ବିଭାଗ ସମୀକ୍ଷା, ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ମିଳିବ

ଭୁବନେଶ୍ବର ୧୫/୦୬ (ସଖପ୍ର): ରାଜ୍ୟ ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ଵପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ବୈଠକ ହୋଇଛି। ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା, ପୋଲିସ କମିଶନର ଏବଂ ଦୁଇ ଡିସିପି, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଗୁଇନ୍ଦା ବିଭାଗ ଆଇଜି ଅନୁପ ସାହୁ, ବିଭିନ୍ନ ଜିଲ୍ଲାର ଏସ୍ପି ଏବଂ ଆଇପିଏସ ଅଧିକାରୀ ଉପସ୍ଥିତ ଥିଲେ। ଏହି ବୈଠକ ପରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖୁଛନ୍ତି । ସେ କହିଛନ୍ତି ଯେ, ରାଜ୍ୟରେ ପୋଲିସର ସ୍ଥିତି ଆଇନ ଶୃଙ୍ଖଳା ବାବଦରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ଏହାସହ ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ବାବଦରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ବରିଷ୍ଠ ପୋଲିସ ଅଧୂକାରୀଙ୍କ ସହ ପୋଲିସ ଡିଜି ସୌଜନ୍ୟମୂଳକ ସାକ୍ଷାତ କରିବା ବେଳେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହା ସହ ଆସନ୍ତା ଜୁଲାଇରୁ କାର୍ଯ୍ୟକାରୀ ହେବାକୁ ଥିବା ଦେଶର ତିନୋଟି ଗୁରୁତ୍ବପୂର୍ଣ୍ଣ ଆଇନ ବାବଦରେ ମୁଖ୍ୟମନ୍ତ୍ରୀ ଅବଗତ କରାଇଛନ୍ତି ପୋଲିସ ଡିଜିଙ୍କୁ। ଏତଲା ଦେବାକୁ ଥାନାକୁ ଆସୁଥିବା ଯେକୌଣସି ବ୍ୟକ୍ତି ଯେପରି ନିରାଶ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।