11/08/2024

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ରାଇଘର ବ୍ଲକ କୁନ୍ଦେଇ ଥାନା ଭାରପ୍ରାପ୍ତ ଥାନା ଅଧିକାରୀଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ


ନବରଙ୍ଗପୁର ଜିଲ୍ଲା(ସଖପ୍ର): କରୋନା ମହାମାରୀ ଦିନକୁ ଦିନ ତାର କାୟା ବିସ୍ତାର କରିବାକୁ ଲାଗିଛି। ପ୍ରତିଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ କରୋନା ଆକ୍ରାନ୍ତରେ ମୃତ୍ୟୁ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବଢୁଥିବା ଦେଖିବାକୁ ମିଳିଛି। ସେହିପରି ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ଦ୍ରୁତ ଗତିରେ ବୃଦ୍ଧି ପାଇଥିବା ବେଳେ କରୋନା ଆକ୍ରାନ୍ତରେ ଅନେକଙ୍କ ଜୀବନ ମଧ୍ୟ ଚାଲିଯାଇଛି। ଏହି ପରି ଏକ ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ଅନ୍ତର୍ଗତ କୁନ୍ଦେଇ ଠାରେ। ରାଇଘର ବ୍ଲକରେ ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ କୁନ୍ଦେଇ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ରାମଚନ୍ଦ୍ର ଅଗସ୍ତି ଆଜି ଭୁବନେଶ୍ୱର ଠାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଗତ କିଛି ଦିନ ତଳେ ସେ କରୋନାରେ ସଂକ୍ରମିତ ହୋଇ ରାଇଘର ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ଏହାପରେ ମଧ୍ୟ ସ୍ୱାସ୍ଥ୍ୟ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ବର ଠାରେ ଉଚ୍ଚମାନର ଚିକିତ୍ସା ପାଇଁ ରଖାଯାଇଥିଲା। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ତାଙ୍କର ମୃତ୍ୟୁର ଦୁଃଖଦ ଖବର ପାଇ କୁନ୍ଦେଇ ଅଞ୍ଚଳରେ ଦୁଃଖର ଛାୟା ଖେଳିଯାଇଛି।

ପ୍ରତିନିଧି ସିମାଦ୍ରି ଶ୍ରୀନିବାସ ରାଓ

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *