12/07/2024

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଶତାୟୁ,ବି.ବି. ହାଇସ୍କୁଲ,ଢେଙ୍କାନାଳ ପରିସରରେ ୭୫ ତମ ସ୍ୱାଧୀନତା ଦିବସ ପାଳିତ

ଢେଙ୍କାନାଳ :ତା.୧୫.୦୮.୨୦୨୧ରିଖ ଦିବା ଘ.୦୭.୩୦ ମିନିଟ ସମୟରେ ସ୍ଥାନୀୟ ଶତାୟୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ୭୫ ତମ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟର ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ)ଜୁନିୟର, ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ସ୍ଵୀୟ ଅଭିଭାଷଣରେ ସ୍ୱାଧିନତା ସ୍ବେଚ୍ଛାଚାରିତା ନୁହେଁ ଓ ଏହି କଷ୍ଟଲବ୍ଧ ସ୍ୱାଧିନତା ପାଇଁ ଯେଉଁ ସେନା ବାହିନୀ ସଦା ସଜାଗ ହୋଇ ଜାଗ୍ରତ ପ୍ରହରୀ ସାଜିଛନ୍ତି ,ଯେଉଁ କୃଷକ ବନ୍ଧୁମାନେ ଆମକୁ ଖାଦ୍ୟ ଯୋଗାଇ ବଞ୍ଚାଇ ରଖିଛନ୍ତି ,ଯେଉଁ ମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରୁଛନ୍ତି ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ଯେଉଁ ମାନେ ପ୍ରମୁଖ ଭୁମିକା ନିର୍ବାହ କରୁଛନ୍ତି ସମସ୍ତଙ୍କୁ ପ୍ରଣାମ ଜଣାଇ ଏହି କଷ୍ଟଲବ୍ଧ ସ୍ୱାଧୀନତାକୁ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଦୃଢ଼ ଆହ୍ୱାନ ଜଣାଇଥିଲେ। ବରିଷ୍ଠ ଶିକ୍ଷୟିତ୍ରୀ ବିଜୟରଶ୍ମି ମିଶ୍ର,ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର,ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ବରିଷ୍ଠ ଶିକ୍ଷକ ସୁରେଶ କୁମାର ପଣ୍ଡା,ଗ୍ରୀନ ଆର୍ମି ଦାୟିତ୍ବରେ ଥିବା ବରିଷ୍ଠ ଶିକ୍ଷକ ଦେବରାଜ ରାଉତ,ସ୍କାଉଟ ମାଷ୍ଟର,ଇତିଶ କୁମାର ବରାଳ,ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ଚିଫ ଅଫିସର ସୁଭାଷ କୁମାର ନନ୍ଦ,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,ସ୍ଵର୍ଣମୟୀ ଶତପଥୀ,ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,ରଶ୍ମୀ ହୋତା,ବବିତା ଲେଙ୍କା,ସୁଜିତ କୁମାର ବାରା,ପ୍ରଭାତ ପ୍ରଧାନ,ବାସୁଦେବ ରଣା, ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ,ସନ୍ତୋଷ ଜେନା, ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ସ୍ୱାଧୀନତା ଦିବସ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ।ପରିଶେଷରେ ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ଚିଫ ଅଫିସର ସୁଭାଷ କୁମାର ନନ୍ଦ ଉତ୍ସବ ପରିଚାଳନା କରିଥବା ବେଳେ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଡା. ଦେବୀ ପ୍ରସାଦ ମିଶ୍ର,
ସହକାରୀ ଶିକ୍ଷକ,ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଶତାୟୁ, ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ,
ଢେଙ୍କାନାଳ।
ଦୂରଭାଷ :୯୪୩୭୧୦୬୫୬୯

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *