Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଅନୁସୂଚିତ ଜନଜାତି ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ

1 min read

ଭୁବନେଶ୍ୱର ୧୪/୧୧ (ସଖପ୍ର): ଜନଜାତିଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ରାଜ୍ୟରେ ଅନୁସୂଚିତ ଅନୁସୂଚିତ ଅଞ୍ଚଳରେ ରେଗୁଲେସନ-୨, ୧୯୫୬ ଆଇନ ପ୍ରଚଳନ ହେଉଛି। ୨୦୦୨ ମସିହାରେ ଏହି ଆଇନରେ କେତେକ ସଂଶୋଧନ ଫଳରେ ଜଣେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି ନିଜର ସ୍ଥାବର ସଂପତ୍ତି କେବଳ ସେହି ବର୍ଗର ବ୍ୟକ୍ତିଙ୍କୁ ହିଁ ହସ୍ତାନ୍ତର କରିପାରିବେ। ଏହି ଆଇନରେ ଜଣେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି, କେବଳ କୃଷି ଉଦ୍ଦେଶ୍ୟରେ ନିଜର ଜମିକୁ ଯେ କୌଣସି ସର୍ବସାଧାରଣ ଅର୍ଥକାରୀ ସଂସ୍ଥାରେ ବନ୍ଧକ ରଖିପାରିବେ। ଆଇନରେ ଏପରି ବ୍ୟବସ୍ଥା ଦ୍ୱାରା ଅନୁସୂଚିତ ଜନଜାତି ବର୍ଗର ଶିକ୍ଷିତ ଯୁବକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଅସୁବିଧାକୁ ହୃଦୟଙ୍ଗମ କରି ଅନୁସୂଚିତ ଜନଜାତି ପରାମର୍ଶଦାତା ପରିଷଦର ସୁପାରିଶକୁ ଭିତ୍ତି କରି ରାଜ୍ୟ ସରକାରଙ୍କ ଅନୁମୋଦନକ୍ରମେ ଏହି ଆଇନରେ କେତେକ ସଂଶୋଧନ କରିବାକୁ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଯାହାଫଳରେ ଜଣେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି ଉପ ଜିଲ୍ଲାପାଳଙ୍କଠାରୁ ଲିଖିତ ଅନୁମତିକ୍ରମେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଉପହାର କରିପାରିବେ ଅଥବା କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚ ଶିକ୍ଷା, ଆତ୍ମନିଯୁକ୍ତି, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ପାଇଁ ସର୍ବସାଧାରଣ ଅର୍ଥକରି ସଂସ୍ଥାରେ ବନ୍ଧକ ରଖି ଋଣ ଆହରଣ କରିବା ସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସଂପରି ହସ୍ତାନ୍ତର କରିପାରିବେ। ହେଲେ ଏହି ବ୍ୟକ୍ତି ଯେପରି ଭୂମିହୀନ ବା ଗୃହଶୂନ୍ୟ ନ ହୁଏ ସେଥିପାଇଁ ଯଥେଷ୍ଟ ଧ୍ୟାନ ଦିଆଯିବା ଉଚିତ୍। ଯଦି ଉପ-ଜିଲ୍ଲାପାଳ ଅନୁମତି ନ ଦିଅନ୍ତି, ତାହାଲେ ସେ ବ୍ୟକ୍ତି ୬ମାସ ମଧ୍ୟରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ। ଜିଲ୍ଲାପାଳଙ୍କ ନିଷ୍ପତ୍ତି ଚୂଡ଼ାନ୍ତ ନିଷ୍ପତ୍ତି ହେବ।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *