Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

କୁଟୁଳି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

1 min read

ରାୟଗଡା (ସଖପ୍ର): ରାୟଗଡା ବ୍ଲକ ଅନ୍ତର୍ଗତ କୁଟୁଳି ଗ୍ରାମ ପଞ୍ଚାୟତରେ ଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବିଭାଗର ସରକାରୀ ଆଶ୍ରମ ସ୍କୁଲ କୁଟୁଳି ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପୀନାଥ ପରିଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ଜ଼ିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜ଼ିଲ୍ଲା ମଙ୍ଗଳ ବିଭାଗ ଶିକ୍ଷା ପରିଦର୍ଶକ ଶ୍ୟାମ ଘନ ଭୂୟାଁ, ଡ଼ଙ୍ଗାଶୀଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିସିକେଶନ ବାଘ,ସ୍ଥାନୀୟ କୁଟୁଳି ସରପଞ୍ଚ ସୁଶ୍ରୀ ଆଦିବାରୀ ମିଣିଆକା , ମିନାପାଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରି ପ୍ରଭାତୀ ବେହେରା , ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଅକ୍ଷୟ କୁମାର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ରୂପେ ଅତିରିକ୍ତ ଜ଼ିଲ୍ଲା ମଙ୍ଗଳ ଅଧିକାରୀ ସୋଲମାନ ରାଇକା ଯୋଗଦେଇ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଶ୍ରୀ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ୱଳନ କରାଗଲା ପରେ ଅତିଥି ପରିଚୟ ଏବଂ ଅତିଥିଙ୍କୁ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ପରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା। ପ୍ରଧାନ ଶିକ୍ଷକ ଗୋପୀନାଥ ପରିଛା ବାର୍ଷିକ ବିବରଣୀ ପାଠ କରିଥିଲେ । ବିଦ୍ୟାର୍ଥୀ ମାନଙ୍କ ଲୁକ୍କାୟିତ ପ୍ରତିଭା ଚୟନ ଦିଗରେ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଥାଏ। ପାଠପଢା ସହିତ କ୍ରୀଡ଼ାରେ ଜଡିତ ରହିଲେ ଛାତ୍ରଛାତ୍ରୀ ମାନଙ୍କ ମୌଖିକ ବିକାଶ ହେବା ସହ କଠିନ ପରିଶ୍ରମ ହିଁ ଜୀବନରେ ସଫଳତା ଆଣିଦେଇଥାଏ ବୋଲି ମୁଖ୍ୟ ଅତିଥି ଶ୍ରୀ ଶତପଥୀ ନିଜ ଅଭିଭାଷଣରେ କହିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିବା ସହ ଅନୁସୂଚିତ ଜନଜାତି ପିଲାଙ୍କ ଉଚ୍ଚ ଶିକ୍ଷା ନିମନ୍ତେ ସରକାରଙ୍କ ବିଭିନ୍ନ ପ୍ରକାର ଯୋଜନା ସମ୍ପର୍କରେ ଅନ୍ୟ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ରୀଡ଼ାରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରି ଉତ୍ସାହିତ କରିଥିଲେ। ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏଥିରେ ଅଂଚଳର ଜନସାଧାରଣ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷକ ଓ ଶିକ୍ଷୟତ୍ରୀ ଦାମୋଦର ସାହୁ, ତେଗୀ ଶବର, ସୁବାଶିନୀ ପଲକା, ଗୋପାଳ ମିଣିଆକା, ପ୍ରଭାକର ଖୋସଲା, ମୋହନ ମଣ୍ଡାଙ୍ଗୀ,ଲୁଙ୍କ ମିଣିଆକା, ସମ୍ବରୁ ମିଣିଆକା ଓ ବିନୋଦିନୀ ନିମଲା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ରାୟଗଡାରୁ ଅମୁଲ୍ୟ ନିଶଙ୍କ ରିପୋର୍ଟ

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *