Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

1 min read

କୋରାପୁଟ: କୋରାପୁଟ ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ । ଲକ୍ଷ୍ମୀ ବସ ଯୋଜନାର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଗାଁ ଗାଁରେ ବିକାଶର ପର୍ବ ଚାଲିଛି । ନବୀନ ଓଡ଼ିଶାରେ ପଞ୍ଚାୟତରେ ନୂଆ ଜାଗରଣ ଆସିଛି । ଡିଜିଟାଲ ଭିତ୍ତିଭୂମିର ବିକାଶ ହେଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। କୋରାପୁଟ ଜିଲ୍ଲାର ୧୦ଟି ବ୍ଲକର ପ୍ରାୟ ୫୦ ଟି ରୁଟରେ ୪୫ ଟି ଲକ୍ଷ୍ମୀ ବସ ଚଳା ଚଳ କରିବ । କୋରାପୁଟ ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ୬୬ ଟି ବସ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ବନ୍ଧୁଗାଁ ବ୍ଲକରେ ୪ ଗୋଟି ବସ୍ ଚଳାଚଳ କରିବାକୁ ଥିବାବେଳେ ଏସଏଚଜି ବ୍ଲକ ମହସଂଘକୁ ପରିଚାଳନା ଦାୟିତ୍ଵ ଦିଆଯାଇଛି । ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେଲେ ଗ୍ରାମାଞ୍ଚଳ ଦିନ ମଜୁରିଆ, କର୍ମଜୀବୀ ମହିଳା, ଛାତ୍ରଛାତ୍ରୀ ଏବଂ ଚାଷୀମାନେ ବେଶ ଉପକୃତ ହେବେ । ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ସୁନିଶ୍ଚିତ ବସ୍ ସଂଯୋଗ, ସୁଲଭ ଓ ନିର୍ଭରଯୋଗ୍ୟ ସେବା କ୍ଷେତ୍ରରେ ସହାୟକ ହେଉଛି ଲକ୍ଷ୍ମୀ ବସ୍ । ଚାଷୀ ନିଜ ଉତ୍ପାଦିତ ସାମଗ୍ରୀ ବ୍ଲକ ସଦର ମହକୁମାରେ ବିକ୍ରୀ କରି ଉଚିତ ମୂଲ୍ୟ ପାଇପାରିବା ଆଶା କରାଯାଉଛି । କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିଲା, ଉପକୃତ ହେବେ ୧୩ ଲକ୍ଷ ଲୋକ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି। ଲକ୍ଷ୍ମୀ ବସ୍‌ ସମସ୍ତଙ୍କୁ ଯୋଡିବା କାମ କରିବ। ପିଲାମାନଙ୍କୁ ସ୍କୁଲ କଲେଜ ନେବ। ରୋଗୀକୁ ହସ୍ପିଟାଲ ନେବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ମା’ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ଯିବାଆସିବା ପାଇଁ ସୁବିଧା ହେବ। ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଲକ୍ଷ୍ମୀ ବସ୍‌ ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ପଟାଙ୍ଗୀ ବିଧାୟକ ଶ୍ରୀ ପିତମ ପାଢୀ, ଜୟପୁର ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପ୍ରଭୁ ଜାନି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପଡାଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଜିଲ୍ଲାର ପରିବହନ ବ୍ୟବସ୍ଥାରେ ବିରାଟ ରୂପାନ୍ତର ସହ ଜନସାଧାରଣଙ୍କ ଆର୍ଥିକ ବିକାଶରେ ଲକ୍ଷ୍ମୀ ଯୋଜନା ବିଶେଷ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ପରିବହନ ବିଭାଗର ସଚିବ ଶ୍ରୀମତୀ ଉଷା ପାଢ଼ୀ, ରାଜ୍ୟ ସଡକ ପରିବହନ ନିଗମ ର ପରିଚାଳନା ନିର୍ଦେଶକ ଦିପ୍ତେଶ ପଟନାୟକ, ଜିଲ୍ଲାପାଳ କୋରାପୁଟ ଶ୍ରୀ ଅବ୍ଦାଲ ମ. ଅଖତର୍ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ। ଅଭିନବ ସୋନକର, ପରିବହନ ବିଭାଗର ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *