Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ନ୍ନୂଆ ଦାୟିତ୍ଵରେ ଯୋଗ ଦେଲା ପରେ ପୁରୀରୁ ପ୍ରଥମ ସମୀକ୍ଷା ଆରମ୍ଭ କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ୍

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭିକେ ପାଣ୍ଡିଆନ୍ ଅଧ୍ୟକ୍ଷ 5T ଓ ନବୀନ ଓଡିଶା ଆଜି ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଭୋର୍ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା . ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ। ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ ।
ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ ଯୁଟିଲିଟି ଗୁଡିକର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ । ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ । ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ ଏକ୍ଜିକ୍ୟୁଟିଂ ଏଜେନ୍ସିର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ସବୁବର୍ଗ ଖବର

3 thoughts on “ନ୍ନୂଆ ଦାୟିତ୍ଵରେ ଯୋଗ ଦେଲା ପରେ ପୁରୀରୁ ପ୍ରଥମ ସମୀକ୍ଷା ଆରମ୍ଭ କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ ପାଣ୍ଡିଆନ୍

  1. Appreciating the time and effort you put into your site and in depth information you provide.
    It’s awesome to come across a blog every once in a while that isn’t the same outdated rehashed material.
    Great read! I’ve saved your site and I’m adding your RSS
    feeds to my Google account.

  2. I think what you wrote made a lot of sense.

    However, what about this? suppose you added a little content?
    I am not suggesting your content isn’t solid, but suppose
    you added a post title that makes people desire more?
    I mean ନ୍ନୂଆ ଦାୟିତ୍ଵରେ ଯୋଗ ଦେଲା
    ପରେ ପୁରୀରୁ ପ୍ରଥମ ସମୀକ୍ଷା ଆରମ୍ଭ କଲେ 5T ଓ
    ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭିକେ
    ପାଣ୍ଡିଆନ୍ – Sabubarga Khabar is a little vanilla.
    You should glance at Yahoo’s front page and note how they create news headlines to
    grab viewers to open the links. You might try adding a video or a picture or two to grab
    readers excited about everything’ve written. In my opinion, it would make your posts
    a little bit more interesting.

Leave a Reply

Your email address will not be published. Required fields are marked *