କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଏଣିକି ରାତିରେ କାମ କରିପାରିବେ ମହିଳା, ଦେବାକୁ ପଡ଼ିବ ଅନୁମତି ପତ୍ର

ଭୁବନେଶ୍ୱର ୨୯/୦୯: ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି। ୩ ବିଭାଗର ୪ ପ୍ରସ୍ତାବକୁ ମିିଳିଛି ମଞ୍ଜୁରୀ। ଏଣିକି ରାତି କାମ କରିପାରିବେ ମହିଳା କର୍ମଚାରୀ। ନାଇଟ୍ ଡ୍ୟୁଟି କରିବା ପାଇଁ ଲିଖିତ ଭାବେ ଦେବାକୁ ପଡ଼ିବ ଅନୁମତି ପତ୍ର। ମହିଳାଙ୍କ ସୁରକ୍ଷା ଦାୟିତ୍ବ ସୁନିଶ୍ଚିତ କରିବେ ରାଜ୍ୟ ସରକାର ।
ସୋମବାର ଲୋକସେବା ଭବନରେ ବସିଥିଲା ରାଜ୍ୟ କ୍ୟାବିନେଟ ଗୁରୁତ୍ବପୂର୍ଣ୍ଣ ବୈଠକ । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଏବଂ ବିଭିନ୍ନ ବିଭାଗ ସଚିବ ଉପସ୍ଥିତ ଥିଲେ । ଏହି ବୈଠକରେ ଶ୍ରମ ବିଭାର ଦୁଇଟି ପ୍ରସ୍ତାବ, ପୂର୍ତ୍ତ ବିଭାଗର ଗୋଟିଏ ଏବଂ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।
ଶ୍ରମ ବିଭାଗର ଓଡିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ୧୯୫୬ ଆଇନରେ ସଂଶୋଧନ ପାଇଁ କ୍ୟାବିନେଟ ମଞ୍ଜୁରୀ। ସଂସ୍ଥାରେ ୨୦ ରୁ ଅଧିକ କର୍ମଚାରୀ ଥିଲେ ଏହି ନିୟମ ଲାଗୁ ହେବ। ଓଡ଼ିଆରେ ସାଇନ ବୋର୍ଡ ରହିବ। କାର୍ଯ୍ୟ ସମୟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି। ୩୦ ମିନିଟ ରେଷ୍ଟ ନେବେ କର୍ମଚାରୀ। । ସପ୍ତାହରୁ ୪୮ ଘଣ୍ଟାରୁ ଅଧିକ କାମ କଲେ ଦ୍ବିଗୁଣିତ ମଜୁରୀ ପାଇଁ ହକଦାର ହେବେ କର୍ମଚାରୀ। ରାତିରେ ମହିଳା କର୍ମଚାରୀଙ୍କ ପ୍ରତିବନ୍ଧକ ହଟିବ। ମହିଳା କର୍ମଚାରୀ ରାତିରେ କାମ କରିବାକୁ ଚାହିଁଲେ ଲିଖିତ ସମ୍ମତି ଦେଇ ସର୍ତ୍ତାବଳି ଅନୁଯାୟୀ କାମ କରିପାରିବେ। ସେମାନଙ୍କ ସୁରକ୍ଷା ଓ ଯିବା ଆସିବା ପାଇଁ ଧ୍ୟାନ ଦିଆଯିବ। ବ୍ୟାପକ ଶିଳ୍ପାୟନ ପାଇଁ ଏହି ସଂସ୍କାରର ଆବଶ୍ୟକତା ପଡିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ମୋଦି ଯେଉଁ ଶିଳ୍ପାୟନ କଥା କହୁଛନ୍ତି ଓ ଇଜ ଅଫ ଡୁଇଙ୍ଗ ବିଜନେସ ରେ ସେମାନଙ୍କ ସହଜ କରିବା ପାଇଁ ସମୟ ଅନୁଯାୟୀ ଆଵଶ୍ୟକତା ଅନୁଯାୟୀ ପରିବର୍ତ୍ତନ ହେଉଛି। ପିଏମଙ୍କ ପ୍ରସ୍ତାବ ଅନୁଯାୟୀ ହେଉଛି। ଆଜି ଏ ସମ୍ବନ୍ଧୀୟ ୨ ଟି ପ୍ରସ୍ତାବ ଅନୁମୋଦିତ ହେଲା। ପୂର୍ବରୁ ୧୫ ଟି ସଂଶୋଧନ ହୋଇଛି। ନୂତନ ଶିଳ୍ପସଂସ୍ଥା ମାନେ ଯେଉଁ ଆସିବେ ସେମାନଙ୍କ ପାଇଁ ସହଜ ଓ ସୁବିଧା କରିବାର ପ୍ରୟାସ। ୧୩ ଲକ୍ଷ କୋଟି ପୁଞ୍ଜିନିବେଶ ଓ ୧୩ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ୨ ଲକ୍ଷ କୋଟି ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି ଏକ ଲକ୍ଷ ଲୋକ ନିଯୁକ୍ତି ପାଇଛନ୍ତି। ଦ୍ରୁତ ବ୍ୟବସାୟିକାରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।
ସେହିଭଳି ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି। ରାଜ୍ୟରେ ଜାତୀୟ ଶିକ୍ଷା ନୀତି ପ୍ରଚଳନ ହୋଇଛି। ଆରଟିଇ ୨୦୦୯ ର ଉଦେଶ୍ୟକୁ ପୂରଣ କରିବା ସହ ଗୁଣାତ୍ମକ ଶିକ୍ଷା ପାଇଁ ପ୍ରତି ପଞ୍ଚାୟତ ସ୍ତରରେ ପ୍ରଥମ ଫେଜରେ ଆଦର୍ଶ ବିଦ୍ୟାଳୟ ହେବ। ମୌଳିକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ। ୩ ବର୍ଷ ପର୍ଯ୍ୟନ୍ତ ପ୍ରଥମ ୨୨୦୦ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ୧୨ ହଜାର କୋଟି ଖର୍ଚ୍ଚ ହେବ। ୫ କୋଟିରୁ ଅଧିକ ଖର୍ଚ୍ଚ ହେବ ପ୍ରତି ବିଦ୍ୟାଳୟ ପାଇଁ। ଗୁଣାତ୍ମକ ଶିକ୍ଷା, ଭିତ୍ତିଭୂମି, ଆବଶ୍ୟକୀୟ ଶିକ୍ଷକ ନିଯୁକ୍ତି କରାଯିବ। ପରବର୍ତ୍ତୀ ଫେଜରେ ସବୁ ପଞ୍ଚାୟତ ହେବ। ସରକାରୀ ବିଦ୍ୟାଳୟରେ ପାଠ ପଢା ହେଉ ନାହିଁ ବୋଲି ଯେଉଁ ପ୍ରଶ୍ନ ହେଉଛି ଏହି ପଦକ୍ଷେପ ତାର ପରିବର୍ତ୍ତନ କରିବ।
ଘଟଗାଁ ପୀଠର ସମନ୍ବିତ ବିକାଶ ପ୍ରସ୍ତାବକୁ ଅନୁମୋଦ ମିଳିଛି।କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ପରିସର ମନ୍ଦିର ଓ ପାରିପାର୍ଶ୍ଵକ ବିକାଶ ଉପରେ ଗୁରୁତ୍ୱ। ଭକ୍ତ ସଂଖ୍ୟା ବଢୁଛି, ଲୋକେ ହଇରାଣ ହେଉଛନ୍ତି। ସେଥିପାଇଁ ପାର୍କିଂ, ଓ ଅନ୍ୟ ବ୍ୟବସ୍ଥା ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ୫୯ ଏକରରୁ ଅଧିକ ଜାଗା ରଖାଯାଇଛି ବିକାଶ ପାଇଁ। ଏଥିରେ ୨୨୬ କୋଟି ଖର୍ଚ୍ଚ ହେବ। ୮୦ କୋଟି ଲାଣ୍ଡ ଆକୁଜିସନ ପାଇଁ ଦିଆଯିବ। ଟେଣ୍ଡର ସରିଛି। ୨୪୬ ଶଯ୍ୟା ବିଶିଷ୍ଟ ଯାତ୍ରୀ ନିବାସ, ମାର୍କେଟ କମ୍ପ୍ଲେସ୍କ, ନଡ଼ିଆ ଭଣ୍ଡାର ହେବ।