ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ନୋଡାଲ ବୈଠକ ଭର୍ତ୍ତୃଅଲ ମାଧ୍ୟମରେ ଅନୁଷ୍ଠିତ

ନବରଙ୍ଗପୁର ୧୯/୦୫/୨୦୨୧ -ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭର୍ତ୍ତୃଅଲ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଅଛି । ବିଶେଷ କରି ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଥିବା କୋଭିଡ ସଂକ୍ରମଣ ସମ୍ପର୍କରେ ବ୍ଲକ ୱାରୀ ସମୀକ୍ଷା କରାଯାଇଥିଲା। ଜିଲ୍ଲା ନୋଡାଲ ଅଧିକାରୀ ମାନେ ନିଜ ନିଜ ବ୍ଲକ ପରିଦର୍ଶନ କରି ବ୍ଲକର ଆନୁସଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ । ବିଶେଷ କରି ବୈଠକରେ ପ୍ରତି ବ୍ଲକ ସ୍ତରରେ 24 ଚବିଶ ଘଣ୍ଟା ନିୟନ୍ତ୍ରଣ କକ୍ଷ କାର୍ଯ୍ୟକାରୀ କରିବା, ନିୟନ୍ତ୍ରଣ କକ୍ଷ ରୁ ଗୃହ ସଂଘରୋଧରେ ଥିବା ସଂକ୍ରମିତ ରୋଗୀଙ୍କ ସହିତ ଅନବରତ ସମ୍ପର୍କ ସ୍ଥାପନ କରି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ବୁଝିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି, ପଞ୍ଚାୟତ ସ୍ତରରେ ସମସ୍ତ ନିର୍ବାଚିତ ପ୍ରତିନିଧି, ବେସରକାରୀ ସଂସ୍ଥା ଏବଂ ବ୍ଲକର ସମସ୍ତ ଅଧିକାରୀଙ୍କୁ ନେଇ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଗଲା । ଆସନ୍ତା ୨୪ ତାରିଖ ଠାରୁ ଘରକୁ ଘର ବୁଲି ସଚେତନ କରିବା ପାଇଁ ଗୁରୁତ୍ୱ ଦେବା ସହିତ tracking, testing ଏବଂ treatment କୁ ଅଧିକ କ୍ରିୟାଶୀଳ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି, ବାହାର ରାଜ୍ୟରୁ ଆସୁଥିବା ଦାଦନ ଏବଂ ଲକଡ଼ାଉନ ଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାରେ ଲୋକଙ୍କ ଜୀବନ ଜୀବିକା ପାଇଁ ଦୈନନ୍ଦିନ ଅଧିକରୁ ଅଧିକ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମଯୋଗାଣ ଯୋଜନା ଜରିଆରେ ଅଧିକ କର୍ମ ଦିବସ ସୃଷ୍ଟି କରି ସମସ୍ତଙ୍କୁ କାମ ଯୋଗାଇବା ପାଇଁ ଜିଲ୍ଲାର ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।
ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରଇତ, ଏପିଡ଼ି ଡିଆରଡିଏ (ଏଡିଏମଏନ )ଶ୍ରୀ ରତ୍ନାକର ସାହୁ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ, ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗାଇପାଇ, ଉପ ମୁଖ୍ୟ କାର୍ଯ୍ୟ ନିର୍ବାହି ଅଧିକାରୀ, ଓଡ଼ିଆ ଗ୍ରାମୀଣ ଉନ୍ନତି ଓ ବିପଅଣ ସଂସ୍ଥା, ଉମା ମହେଶ, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ରଙ୍କ ବ୍ୟତୀତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ, ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଞ୍ଚାନନ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ନାରାୟଣ ବେହେରା, ଜିଲ୍ଲା ଯୋଗାଣ ଅଧିକାରୀ, ସଂଜୀବ କୁମାର ସାହୁ, ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ ଗୃହ ନିର୍ମାଣ, ପ୍ରଫୁଲ୍ଲ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ ବିଭାଗ, ଜେନେରାଲ ମ୍ୟାନଜେର, ଜିଲ୍ଲା ଶିଳ୍ପ କେନ୍ଦ୍ର, ଏ ବାଣେଶ୍ୱର ରାଓ ସୁବୁଦ୍ଧିଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।
ପ୍ରତିନିଧି ସିମାଦ୍ରି ଶ୍ରୀନିବାସ ରାଓ