Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ମାଲକାନଗିରିରେ ସହୀଦ ଲକ୍ଷ୍ମଣ ନାୟକଙ୍କ ଜନ୍ମଦିନ ପାଳିତ

1 min read

ମାଲକାନଗିରି :ମାଲକାନଗିରି ଜିଲ୍ଲାରେ ବହୁତ ସ୍ଥାନରେ ବୀର ଲକ୍ଷ୍ମଣ ନାୟକଙ୍କ ଜନ୍ମଦିନ ପାଳନ କରାଯାଇଛି |ମାଲକାନଗିରି ମହିଳା ମହାବିଦ୍ୟାଳୟ ଆନୁକୂଲ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା |ଏଥିରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପୋଡ଼ିଆମୀ, ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ମାନସ ମାଡକାମୀ, ସମାଜସେବୀ ଭାସ୍କର ବେହେରା, ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟ ରତ୍ନାକର ଦାଶ, ମହାବିଦ୍ୟାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ |ସଭା ପରେ ସମସ୍ତେ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତୀରେ ମାଲ୍ୟାର୍ପଣ କରିଥିଲେ |ସେଠାରେ ଥିବା ଛାତ୍ରୀମାନଙ୍କୁ ତାଙ୍କ ପରି ନିର୍ଭିକ ଓ ସତ୍ୟବାଦୀ ହେବାକୁ ଅତିଥିଗଣ ଉପଦେଶ ଦେଇଥିଲେ |ତାପରେ ମାଲକାନଗିରି ମହାବିଦ୍ୟାଳୟ ଠାରେ ମଧ୍ୟ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା |

ମାଲକାନଗିରିରୁ ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *