01/22/2025

Sabubarga Khabar

ସତ୍ୟ,ନିର୍ଭୀକ,ନିରପେକ୍ଷ ସ୍ୱର

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୧୯ ମାଲକାନଗିରି ଠାରେ ଅନୁଷ୍ଠିତ

ମାଲକାନଗିରି :ମାଲକାନଗିରି ଜିଲ୍ଲାର ସଂସ୍କୃତି ଭବନରେ ଜିଲ୍ଲା ସ୍ତରୀୟ ଯୁବ ମହୋତ୍ସବ -୨0୧୯ ଅନୁଷ୍ଠିତ ହୋଇଯାଇଛି |ଏଥିରେ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିଗତ ଭାବେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ |ଏଠାରେ ଗୋଟିଏ ସଭା ଅନୁଷ୍ଠିତ ହୋଇଥିଲା |

ଏହି ସଭାରେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦଶରଥ ପୋଡ଼ିଆମୀ, ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀ ମାନସ ମାଡକାମୀ,ମାଲକାନଗିରି ବିଧାୟକ ଶ୍ରୀ ଆଦିତ୍ୟ ମାଢ଼ୀ, ଜିଲ୍ଲା ସଂକୃତି ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୁଣନିଧି ନାୟକ ଏବଂ ଜିଲ୍ଲାର ଅନ୍ୟ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ |ସଭା ଶେଷରେ ସାଂସ୍କୃତିକ ଉତ୍ତକୃଷ୍ଟତା ପ୍ରତିପାଦନ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା |ଏପରି ପ୍ରୋଗ୍ରାମ ହେବା ଦ୍ୱାରା ଜିଲ୍ଲା ଭିତର ପ୍ରତିଭା ଲୋକାଲୋଚନକୁ ଆସିପାରିବ ବୋଲି ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି |

ମାଲକାନଗିରିରୁ ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ

ସବୁବର୍ଗ ଖବର

Leave a Reply

Your email address will not be published. Required fields are marked *